ରାଜ୍ୟବାସୀଙ୍କୁ କଲବଲ କରୁଛି ଗରମ ଗୁଳୁଗୁଳି । ଆସନ୍ତା ୧୦ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମେଘ ମୁକ୍ତ ଆକାଶ ସହ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବାହିତ ହେଉଥିବା ଶୁଷ୍କ ବାୟୁ ପ୍ରବାହ ପାଇଁ ରାଜ୍ୟରେ ଏଭଳି ସ୍ଥିତି ଦେଖାଦେଇଛି । ଅଧିକାଂଶ ଜିଲ୍ଲାରେ ତାପମାତ୍ରା ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହୁଛି । ଗତକାଲି ସର୍ବାଧିକ ତାପମାତ୍ରା ଚାନ୍ଦବାଲିରେ ରେକର୍ଡ ହୋଇଥିବା ବେଳେ ଉପକୂଳ ଓଡ଼ିଶାରେ ବି ତାତି ଜାରି ରହିଛି । ଆସନ୍ତା ୧୦ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ । ବାୟୁମଣ୍ଡଳରୁ ଜଳୀୟବାଷ୍ପର ପରିମାଣ ମଧ୍ୟ କମିଛି । ଫଳରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ଟି ସହରର ତାପମାତ୍ରା ୩୫ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ ହୋଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା