The Topmost

“The eyes believe themselves, the ears believe other people.”

ଅଗଷ୍ଟ ୧; ସମ୍ବଲପୁରୀ ଦିନ୍ ର ହାର୍ଦ୍ଦିକ୍ ଅଭିନନ୍ଦନ

ଆଜି ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ । ପ୍ରତିବର୍ଷ ଅଗଷ୍ଟ ୧ ତାରିଖକୁ ସମ୍ବଲପୁରୀ ଦିନ୍ ଭାବେ ପାଳି ଆସୁଛି ପଶ୍ଚିମ ଓଡିଶା । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବୋହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ୍ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ପୋଷାକ ସହ ଚାରିଆଡେ ଜମୁଛି ନାଚ ଗୀତର ଆସର । ଆଜି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ ଗୀତରେ ବିଭୋର ହୁଅନ୍ତି ସାରା ପଶ୍ଚିମ ଓଡ଼ିଶାବାସୀ । ବିଭିନ୍ନ ସଂଗଠନ ଏହାକୁ ବିଭିନ୍ନ ଜିଲ୍ଲାରେ ପାଳନ କରିଆସୁଛନ୍ତି । ସମ୍ବଲପୁରୀ ଭାଷା ସଂସ୍କୃତିର ପ୍ରଚାର ହିଁ ଏହାର ଏକମାତ୍ର ଲକ୍ଷ୍ୟ ।