ପୁଣି ନିଜର ଉପସ୍ଥିତି ଜାହିର କଲେ ଆତଙ୍କୀ । ଜମ୍ମୁ କାଶ୍ମୀର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ । ଆତଙ୍କବାଦୀଙ୍କ ଗୁଳିମାଡ଼ରେ ୨ ଜଣ ପ୍ରବାସୀ ଶ୍ରମିକ ଗୁରୁତର ହୋଇଛନ୍ତି । ତେବେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇ ଥିବାବେଳେ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ରହିଛି । ସେପଟେ ଫାୟାରିଂ ହୋଇଥିବା ଅଞ୍ଚଳକୁ ନାକାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଛି ସେନା । ଅନ୍ୟପଟେ ଗତକାଲି ପୁଞ୍ଚରେ ୪ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଥିଲେ ଯବାନ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ