ଆଜି ପ୍ରକାଶ ପାଇବ ଯୁକ୍ତ୨ ନାମଲେଖା ପାଇଁ ପ୍ରଥମ ମେଧା ତାଲିକା । ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇବ । ଏହାପରେ ଛାତ୍ରଛାତ୍ରୀ କେଉଁ କଲେଜରେ ପଢ଼ିବା ଲାଗି ଯୋଗ୍ୟତା ଅର୍ଜନ କରିଛନ୍ତି ସେସମ୍ପର୍କରେ ଜାଣିପାରିବେ । ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ୧୯ରୁ ୨୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଚଳିତବର୍ଷ ୨ ହଜାର ୬୫ କଲେଜର ୫ ଲକ୍ଷ ୭ ହଜାର ୫୦୨ ସିଟ୍ ପାଇଁ ୫ ଲକ୍ଷ ୭ ହଜାର ୯୩୫ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ । ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୭୫ ହଜାର ୯୯୦ ଜଣ ଅନ୍ଲାଇନ୍ରେ ଆବେଦନ କରିଥିବା ବେଳେ ୪ ଲକ୍ଷ ୭୧ ହଜାର ୩୨୪ ଜଣ ଅନ୍ଲାଇନ୍ରେ ଫି’ ଦାଖଲ କରିଛନ୍ତି । ଏହାସହ ନାମଲେଖା ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା