ଲୋକପ୍ରିୟ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର । ଯକୃତ ରୋଗରେ ସେ ପୀଡ଼ିତ ଥିବା ଜଣାପଡ଼ିଛି । ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି । ଖୁବ୍ ଶୀଘ୍ର ତାଙ୍କୁ ଦିଲ୍ଲୀ ନେଇ ଯକୃତ ପ୍ରତିରୋପଣ କରିବାକୁ ପରାମର୍ଶ ଦେଇଛନ୍ତି ତାଙ୍କ ଚିକିତ୍ସା କରୁଥିବା ଡାକ୍ତର । ୬ ମାସ ମଧ୍ୟରେ ଯକୃତ ପ୍ରତିରୋପଣ ନହେଲେ ଅବସ୍ଥା ସଙ୍କଟାପନ୍ନ ହେବ ବୋଲି ଡାକ୍ତର କହିଛନ୍ତି । ଏଥିପାଇଁ ୫୦ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡ଼ିଛି । ପିଣ୍ଟୁ ନନ୍ଦଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ଖବର ଶୁଣି ତାଙ୍କ ପ୍ରଶଂସକମାନେ ଖୁବ୍ ଦୁଃଖ ପ୍ରକାଶ କରିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
“The eyes believe themselves, the ears believe other people.”
More Stories
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ
ଖୁବଶୀଘ୍ର ରାଜ୍ୟରେ କାର୍ଯ୍ୟକ୍ଷମ ହେବ 10ଟି ବଡ ଶିଳ୍ପ