ଆଜିଠୁ ଓଡ଼ିଶା ଦକ୍ଷତା କନକ୍ଲେଭ୍-୨୦୨୩ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ବିଶ୍ୱସ୍ତରୀୟ ଦକ୍ଷତା ଉତ୍ସବ ଓଡ଼ିଶା ସ୍କିଲ୍ କନକ୍ଲେଭକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଭାଗନେବେ ବିଭିନ୍ନ ପଲିଟେକନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି । ମେକ୍ ଇନ୍ ଓଡ଼ିଶାର ପାର୍ଟ-୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ । ଏଥିରେ ବି ସାମିଲ ହେବେ ଏସଏଚଜି ମହିଳା । ବିଶ୍ୱସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଉଛି । ଆଜି ଉଦଘାଟନୀ ଦିବସରେ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭର୍ସଙ୍କୁ ପୁରସ୍କୃତ କରିବେ ମୁଖ୍ୟମନ୍ତ୍ରୀ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା