ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ଦିନ ୩ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମମତା । ସେଠାରୁ ପୁରୀ ଯାଇ ସେଠାରେ ରାତ୍ରୀ ଯାପନ କରିବେ । ଆସନ୍ତାକାଲି ଅପରାହ୍ମରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ ମମତା ବାନାର୍ଜୀ । ଶ୍ରୀଜିଉଙ୍କୁ ପୂଜାର୍ଚ୍ଚନା କରି ପୁରୀରେ ଦ୍ବିତୀୟ ଦିନ ରାତ୍ରୀଯାପନ କରିବେ । ଏହାପରେ ୨୩ ତାରିଖରେ ଭୁବନେଶ୍ବର ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସୌଜନ୍ୟମୂଳକ ସାକ୍ଷାତ କରିବେ ମମତା । ପରେ ସେହିଦିନ ସନ୍ଧ୍ୟାରେ ପଶ୍ଚିମବଙ୍ଗ ଫେରିଯିବା କାର୍ଯ୍ୟକ୍ରମ ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା