ଆଜିଠୁ ବନ୍ଦ ମାର୍କେଟ ବିଲ୍ଡିଂ । ଧାରଣାରେ ବସିବେ ୧୬୫ ବ୍ୟବସାୟୀ । ଭୁବନେଶ୍ୱର ସବୁଠୁ ଜନଗହଳୀପୂର୍ଣ୍ଣ ମାକେଟ ବିଲ୍ଡିଂ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ । ମାର୍କେଟ ବିଲ୍ଡିଂ ପରିସରରେ ଥିବା ସ୍ଥାୟୀ ଓ ଅସ୍ଥାୟୀ ବିବାଦର ସମାଧାନ ହୋଇପାରିନାହିଁ । ମସସ୍ୟା ସମାଧାନ ଲାଗି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ ପକ୍ଷରୁ ବିଏମସିକୁ ତିନି ଦିନ ସମୟ ଦିଆଯାଇଥିଲା । ପ୍ରତିଶ୍ରୁତି ମୁତାବକ, ଉଠାଦୋକାନୀମାନଙ୍କୁ ବିଏମସି ଉଠାଇପାରିନଥିବାରୁ ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ ରଖିଛି ବ୍ୟବସାୟୀ ସଂଘ । ମସସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ମାର୍କେଟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି ।
“The eyes believe themselves, the ears believe other people.”
More Stories
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ