ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ରାଜ୍ୟରେ ୮୦ଟି କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ଆଡମିଟ କାର୍ଡ ପ୍ରଦାନ କରାଯାଇଛି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୧ ହଜାର ୩୧୧ ଛାତ୍ରଛାତ୍ରୀ ଫେଲ୍ ହୋଇଥିଲେ । ୮ହଜାର ୧୯୫ ଜଣ ଷ୍ଟେଟ୍ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷାର୍ଥୀ ମଧ୍ୟ ଅକୃତକାର୍ଯ୍ୟ ହୋଇଥିଲେ । ୮ତାରିଖରେ ପରୀକ୍ଷା ସରିବା ପରେ ଫଳ ଖୁବଶୀଘ୍ର ପ୍ରକାଶ କରାଯିବ । ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଚଳିତ ବର୍ଷ ଯୁକ୍ତ ଦୁଇରେ ନାମ ଲେଖାଇବାର ସୁଯୋଗ ପାଇବେ । ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଗତ ମେ ୨୬ ତାରିଖରୁ ଫର୍ମ ଫିଲଅପ୍ ଆରମ୍ଭ ହୋଇ ଜୁନ୍ ୧ ତାରିଖରେ ଶେଷ ହୋଇଥିଲା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା