ଆଜିଠୁ ଭିଜିବ ସାରା ଓଡ଼ିଶା । ଲଘୁଚାପରେ ପରିଣତ ହେବ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ପ୍ରଭାବରେ ୪ରୁ ୫ଦିନ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲକରୁ ମଧ୍ୟମଧରଣର ବର୍ଷା ହେବ । ଏଥିପାଇଁ ୧୭ ଜିଲ୍ଲାକୁ ୟେଲୋ ଓ ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୬ ତାରିଖରୁ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହି ସମୟରେ କେତେକ ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ