ଆଜିଠୁ ରାଜ୍ୟରେ ବଦଳିବ ପାଗ । କମିବ ତାତି, ବଢିବ ଥଣ୍ଡା । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ପାରଦ । ଫଳରେ ସାରା ରାଜ୍ୟରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସାରା ରାଜ୍ୟରେ ପଶ୍ଚିମା ଝଡର ପ୍ରଭାବ ଓ ଓଡ଼ିଶାକୁ ପ୍ରବେଶ କରୁଥିବା ପୂର୍ବ ତରଙ୍ଗାୟିତ ଗରମ ଶୁଷ୍କ ବାୟୁ ପ୍ରବାହ କମିବ । ଏହାସହ ଦେଶର ମଧ୍ୟଭାଗରେ ଏକ ଗୁରୁଚାପ ବଳୟ ସ୍ରକିୟ ହେବାକୁ ଯାଉଛି । ଯାହାର ପ୍ରଭାବରେ ରାଜ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଶୁଷ୍କ-ଥଣ୍ଡା ବାୟୁ ପ୍ରବାହ ବଢିବ । ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ମଧ୍ୟରେ ସାରା ରାଜ୍ୟରେ ରାତ୍ରୀର ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ । ବିଶେଷ କରି ପାହାଡିଆ ଅଞ୍ଚଳ କନ୍ଧମାଳ, କୋରାପୁଟ, ରାୟଗଡା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଆଦି ଜିଲ୍ଲାରେ ଶୀତ ବଢିବ । ସେପଟେ ପଶ୍ଚିମା ଝଡ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା