ଝାରସୁଗୁଡା ଉପ-ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଆଜି ଠାରୁ ୨୦ ତାରିଖ ଯାଏଁ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଏପ୍ରିଲ ୨୧ରେ ସମସ୍ତ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିଭଳି ଏପ୍ରିଲ ୨୪ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ସେହିଭଳି ମେ’ ୧୦ରେ ଭୋଟଗ୍ରହଣ ହେବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି । ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ । ମେ’ ୧୩ରେ ଭୋଟଗଣତି ହେବ । ଝାରସୁଗୁଡା ଉପ-ନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି । ପୂର୍ବରୁ ବିଜେଡି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଗତକାଲି ବିଜେପି ପ୍ରାର୍ଥୀ ଘୋଷଣା କରିଛି । ବିଜେଡିରୁ ଦୀପାଳି ଦାସ, କଂଗ୍ରେସରୁ ତରୁଣ ପାଣ୍ଡେ ଓ ବିଜେପିରୁ ଟଙ୍କଧର ତ୍ରିପାଠୀଙ୍କୁ ଝାରସୁଗୁଡା ଉପ-ନିର୍ବାଚନରେ ଦେଖିବାକୁ ମିଳିବ ।
More Stories
ସବୁ ସ୍କୁଲରେ ଖୋଲିବ ଶିଶୁ ବାଟିକା
ଭିତିରିଆ ଚାଲିଥିଲା ପାର୍ଟ ରେଜିଷ୍ଟ୍ରେସନ, ସମ୍ପୃକ୍ତ ଥିଲେ ମହିଳା କର୍ମଚାରୀ
4 ଡିଗ୍ରି ଶୀତରେ ଥରୁଛି ସାରା କନ୍ଧମାଳ