ଆସନ୍ତାକାଲି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି । ଆଜି ଆଡ଼ପ ମଣ୍ଡପରେ ନବମୀ ଦର୍ଶନ ବା ସଂଧ୍ୟା ଦର୍ଶନ । ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଆଲୋଚନା ହୋଇ ଥିବାବେଳେ ସକାଳୁ ନୀତି ପରେ ଦିନ ତମାମ ଚାଲିବ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅପରାହ୍ନ ୪ଟା ପରେ ଦର୍ଶନ ବନ୍ଦ କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି । ବର୍ଷା ସତ୍ୱେ ଭକ୍ତଙ୍କ ସମାଗମ ରହିଛି । ଭକ୍ତଙ୍କ ଭିଡ଼କୁ ନେଇ ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସେପଟେ ଜଗାର ପୋଡ଼ପିଠା ପସନ୍ଦ ହୋଇଥିବାବେଳେ ମାଉସୀମା’ ମନ୍ଦିରରେ ପୋଡ଼ପିଠା ପ୍ରସ୍ତୁତ ହେଉଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ