ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ବାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର । ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଓଷ ଲାଗି ନୀତି ଚାଲିଥିବାବେଳେ ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଶ୍ରୀବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଶ୍ରୀମନ୍ଦିରକୁ ବିଜେ କରିବାର ପରମ୍ପରା ରହିଛି । ଶ୍ରୀବୈଦ୍ୟଙ୍କ ଦ୍ବାରା ଏହି ଔଷଧ ପ୍ରସ୍ତୁତି କରାଯାଇଥାଏ । ବିଭିନ୍ନ ପ୍ରକାର ଆୟୁର୍ବେଦ ଚେରମୂଳିରେ ଏହି ଦିବ୍ୟ ଔଷଧ ପ୍ରସ୍ତୁତ କରାଯାଇଥାଏ । ଏହାପରେ ଏକାଦଶୀରେ ଦଶମୂଳ ମୋଦକ, ଖଡି ପ୍ରସାଦ ବିଜେ, ଦ୍ବାଦଶୀରେ ରାଜପ୍ରସାଦ ବିଜେ, ଖଳିଲାଗି ଓ ଘଣା ଲାଗି ନୀତି ସମ୍ପନ୍ନ ହେବ । ପରେ ମହାପ୍ରଭୁ ସୁସ୍ଥ ହୋଇ ନବଯୌବନ ବେଶରେ ଦର୍ଶନ ଦେଇ ରଥାରୂଢ଼ ହେବେ । ଗୁପ୍ତସେବା ସମୟରେ ମହାପ୍ରଭୁଙ୍କୁ ଅନ୍ନଭୋଗ ବଦଳରେ ଲାଗି ହେଉଛି ଚକଟା ଓ ପଣା ଭୋଗ । କ୍ଷୀର, ଛେନା, ସର, ଖୁଆରେ ବିଭିନ୍ନ ଫଳମୂଳ ମିଶାଇ ଚକଟା ଭୋଗ ପ୍ରସ୍ତୁତ ହେଉଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା