ଆଜି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ପ୍ରଦୀପ ଜେନା । ୧୯୮୯ ବ୍ୟାଚ IAS ଅଫିସର ଆଇଏଏସ ପ୍ରଦୀପ ଜେନା । ୧୯୯୧ରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ସବ-କଲେକ୍ଟର ଭାବେ କ୍ୟାରିଅର ଆରମ୍ଭ କରିଥିଲେ ପ୍ରଦୀପ । ପରେ କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାପାଳ ମଧ୍ୟ ହୋଇଥିଲେ । ବିଭିନ୍ନ କ୍ଷେତ୍ରରେ ତାଙ୍କର ସଫଳତା ପାଇଁ ତୃଣମୂଳ ସ୍ତରରୁ ପ୍ରଶଂସା ପାଇଛନ୍ତି ପ୍ରଦୀପ ଜେନା । କଟକ ଜିଲ୍ଲାପାଳ ଥିବା ବେଳେ ୧୯୯୯ ମସିହାରେ ବାତ୍ୟା ପରିଚାଳନାରେ ଦକ୍ଷତା ପ୍ରତିପାଦନ କରିଥିବା ବେଳେ ରାଜ୍ୟ ଓ ଜାତୀୟ ସ୍ତରରୁ ପ୍ରଶଂସା ପାଇଥିଲେ । ଶକ୍ତି ବିଭାଗର ସଚିବ ଥିବା ବେଳେ ଫାଇଲିନ ବାତ୍ୟାରେ ଗଞ୍ଜାମରେ ବିଦ୍ୟୁତ ଭିତ୍ତିଭୂମି ସମ୍ପୂର୍ଣ୍ଣ ବିଗିଡିଯାଇଥିଲା । ସେଠାରେ ତୁରନ୍ତ ପୂର୍ବସ୍ଥିତିକୁ ଫେରିବାରେ ପ୍ରଦୀପ ଜେନାଙ୍କ ମୁଖ୍ୟ ଭୂମକା ଥିଲା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା