ଆଜି ଦେଶ ପାଳୁଛି ପରାକ୍ରମ ଦିବସ । ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୭ ତମ ପୁଣ୍ୟ ଜୟନ୍ତୀ । ୧୮୯୬ ଜାନୁଆରୀ ୨୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ଏହି ମହାପୁରୁଷ । ତାଙ୍କ ପିତାଙ୍କ ନାଁ ଥିଲା ଜାନକୀନାଥ ବୋଷ, ମା’ଙ୍କ ନାଁ ଥିଲା ପ୍ରଭାବତୀ ଦେବୀ । କଟକ ଓଡ଼ିଆବଜାର ଜାନକୀନାଥ ଭବନରେ ନେତାଜୀଙ୍କ ପିଲାବେଳ କଟିଥିଲା । ସୁଭାଷ ବ୍ରିଟିଶ ସରକାରଙ୍କୁ ନିଜ ଦାମ୍ଭିକତାରେ ଚମକାଇ ଦେଇଥିଲେ । ସୁଭାଷଙ୍କ କାଳଜୟୀ ଉଦଘୋଷଣା ‘ମତେ ରକ୍ତ ଦିଅ ମୁଁ ସ୍ଵାଧିନତା ଦେବି’ ଆଜିବି କୋଟି କୋଟି ଭାରତୀୟଙ୍କ ପ୍ରାଣରେ ଉଜ୍ଜିବୀତ ହୋଇ ରହିଛି । ଜଣେ ମହାନ ସ୍ବାଧୀନତା ସଂଗ୍ରାମୀ, ଦେଶଭକ୍ତ ଓ ଜଣେ ଅବିସ୍ମରଣୀୟ ଯୋଦ୍ଧାଭାବେ ନେତାଜୀ ଏ ଜାତିର ଚିର ନମସ୍ୟ । ସେପଟେ ସୁବାଷ ବୋଷଙ୍କ ଜୟନ୍ତୀ ପାଳନ ପାଇଁ ଚଳଚଞ୍ଚଳ ହୋଇଛି କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରହାଳୟ ।
“The eyes believe themselves, the ears believe other people.”
More Stories
ତହବୁର ରାଣାକୁ ଘନ ଘନ ଜେରା
ବିଜେପିର ନୂଆ ସଭାପତି ହେଲେ ନୈନାର ନାଗେନ୍ଦ୍ରନ୍
ବହୁ ଚେଷ୍ଟା ପରେ ବି ବଦଳେନାହିଁ ସ୍ବାମୀ ସ୍ତ୍ରୀଙ୍କର ଏହି ଗୁଣ