ନେପାଳ ପୋଖରା ବିମାନ ଦୁର୍ଘଟଣା । ୭୨ ଜଣଙ୍କ ମଧ୍ୟରୁ ୬୮ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ଏବେ ବି ରେସ୍କ୍ୟୁ ଅପରେସନ୍ ଜାରି ରହିଛି । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ତେବେ ଦୁର୍ଘଟଣାର ଶିକାର ହୋଇଥିବା ୟେଟି ବିମାନଟି ବହୁ ପୁରୁଣା । ସୂଚନା ଅନୁଯାୟୀ, ୟେଟି ଏୟାରଲାଇନ୍ସର ବିମାନ ୧୫ ବର୍ଷ ପୁରୁଣା ଥିଲା । ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ବିମାନଟି ଏକ ପୁରୁଣା ଟ୍ରାନ୍ସପଣ୍ଡର ସହିତ ଚାଲିଥିଲା । ଗତକାଲି ପୋଖରା ବିମାନ ବନ୍ଦରରେ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ ୭୨ ଜଣ । ଯେଉଁଥିରେ ୫ ଜଣ ଭାରତୀୟ ଥିଲେ । ଏଥିମଧ୍ୟରୁ ୪ ଜଣ ଉତ୍ତରପ୍ରଦେଶ ଗାଜୀପୁରର । ଏହି ଘଟଣାରେ ନେପାଳ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଆଜି ନେପାଳରେ ରାଷ୍ଟ୍ରୀୟ ଶୋକ ପାଳନ ହେଉଛି ।
More Stories
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ
ମିଥ୍ୟା ଦୁଷ୍କର୍ମ ଅଭିଯୋଗରେ ଯୁବକଙ୍କୁ ନ୍ୟାୟ, ଏବେ ଜେଲ ଯିବେ ମହିଳା
ରତନ ଟାଟଙ୍କ ପରେ କିଏ ସମ୍ଭାଳିବ ସାମ୍ରାଯ୍ୟ, ଚାଲିଛି ଖୁବ୍ ଚର୍ଚ୍ଚା