ଆଜି ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ୧୫ ମାସ ମଧ୍ୟରେ ଏହି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ୨୦ ହଜାରରୁ ଅଧିକ ଦର୍ଶକ ବସିବାର କ୍ଷମତା ଏହି ଷ୍ଟାଡିୟମରେ ରହିଛି । ଉଭୟ ଖେଳାଳୀ ଏବଂ ଦର୍ଶକଙ୍କ ପାଇଁ ସବୁପ୍ରକାରର ସୁବିଧା ଏହି ଷ୍ଟାଡିୟମରେ ରହିଛି । ୯ ମାସ ମଧ୍ୟରେ ୨୨୫ ଘର ଥିବା ବିଶ୍ୱ କପ୍ ହକି ଗ୍ରାମର ନିର୍ମାଣ କରାଯାଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ, ଜାନୁଆରୀ ୧୩ ତାରିଖରୁ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ ଆରମ୍ଭ ହେଉଥିବା ବେଳେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଏବଂ ବିର୍ସା ମୁଣ୍ଡା ଷ୍ଟାଡିୟମରେ ସମସ୍ତ ମ୍ୟାଚ ଖେଳାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା