The Topmost

“The eyes believe themselves, the ears believe other people.”

ଆଜି ବିଶ୍ବ ପରିବେଶ ଦିବସ

ଆଜି ବିଶ୍ବ ପରିବେଶ ଦିବସ । ପ୍ରତିବର୍ଷ ଜୁନ ମାସ ୫ ତାରିଖ ଦିନ ଏହି ଦିବସ ପାଳନ ହୁଏ । ଏହି ଦିବସ ପାଳନ କରିବାର ମୁଖ୍ୟ କାରଣ ହେଉଛି ଲୋକଙ୍କୁ ପରିବେଶ ବିଷୟରେ ଅବଗତ କରାଇବା । ବିଶ୍ବର ପ୍ରାୟ ୧୪୩ଟି ରାଷ୍ଟ୍ରରେ ପରିବେଶ ଦିବସ ପାଳନ କରାଯାଇଥାଏ । ବିଶ୍ବ ପରିବେଶ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ସବୁଜ, ସୁନ୍ଦର, ସୁସ୍ଥ ପରିବେଶ ଗଠନରେ ସମସ୍ତଙ୍କ ସହଯୋଗ କାମନା ମଧ୍ୟ କରିଛନ୍ତି । ମଣିଷ ନିଜର ଜାଣତରେ ହେଉ କିମ୍ବା ଅଜାଣତରେ ପରିବେଶ ପ୍ରତି ଅନେକ ଅନ୍ୟାୟ କରିଥାଏ । ନିଜର ଉନ୍ନତି ଓ ଜୀବିକା ନିର୍ବାହ ପାଇଁ ଗଛ କାଟିବାଠାରୁ ଆରମ୍ଭ କରି କଳ କାରଖାନା ପ୍ରତିଷ୍ଠା, ଯାନବାହନ ତିଆରି ଆଦି ଅନେକ ଜିନିଷ କରିଥାଏ । ଆଉ ଏଥିରୁ ନିର୍ଗତ ହେଉଥିବା ଧୂଆଁ ପରିବେଶ ପ୍ରଦୂଷଣ କରିଥାଏ । ପ୍ଲାଷ୍ଟିକର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ଅନ୍ୟତ୍ତମ ପ୍ରମୁଖ କାରଣ । ସୁସ୍ଥ ସମାଜ ଗଠନ କରିବାକୁ ହେଲେ ଆମ ପରିବେଶକୁ ସ୍ବଚ୍ଛ ଏବଂ ନିର୍ମଳ ରଖିବାକୁ ପଡ଼ିବ । ୧୯୭୨ରୁ ବିଶ୍ବ ପରିବେଶ ଦିବସ ପାଳନ କରାଯାଉଛି । ମିଳିତ ଜାତିସଂଘ ୧୯୭୨, ଜୁନ୍‌ ୫ରେ ବିଶ୍ବ ପରିବେଶ ଦିବସ ପାଳନ ପାଇଁ ନିଷ୍ପତ୍ତି ହୋଇଥିଲା । ପରିବେଶର ଯତ୍ନ ନେବାକୁ ଏହି ଦିବସ ସମସ୍ତଙ୍କୁ ବାର୍ତ୍ତା ଦେଇଥାଏ ।