The Topmost

“The eyes believe themselves, the ears believe other people.”

ଆଜି ବି ରାଜ୍ୟରେ ଜାରି ରହିବ ବର୍ଷା

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଆଜି ବର୍ଷା ହୋଇପାରେ । କିଛି ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯିବା ସହ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ୨୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କଟକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, କଳାହାଣ୍ଡିକୁ ସତର୍କତା ଜାରି କରାଯାଇଛି । କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ । ଅଧିକାଂଶ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ କରାଯାଇଛି । ୨୮ ତାରିଖ ଦିନ ବର୍ଷାର ବିସ୍ତୃତି କମିବ । ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୯ ତାରିଖ ପରେ ତାପମାତ୍ରା ବଢିବ ବୋଲି ଆକଳନ କରାଯାଇଛି ।

SHARE BY