The Topmost

“The eyes believe themselves, the ears believe other people.”

ଆଜି ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି

ଆଜି ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି ଅନୁଷ୍ଠିତ ହେବ । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର ଓ ଖଳି ପ୍ରସାଦ ଲାଗି ହୋଇଥାଏ । ଅଣସର ଗୃହରେ ଗୋପନୀୟ ଭାବେ ଶ୍ରୀଜିଉଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ପରେ ଖଡ଼ି ଲାଗି ହୋଇଥାଏ । ଘଣ୍ଟ, ଛତ୍ର, କାହାଳି ସହ ଖଳି ପ୍ରସାଦକୁ ସୁଦ୍ଧ ସୁଆରଙ୍କ ଘରୁ ଶ୍ରୀମନ୍ଦିରକୁ ବିଜେ କରାଯାଇଥାଏ । ଶୁଦ୍ଧ ସୁଆରଙ୍କଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଙ୍ଗଣରେ ରଖି ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି । ଭିତର ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହୋଇଥାଏ । ଏହା ପୂର୍ବରୁ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ ଦିଆଯାଇଥାଏ ।