ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ସାଢ଼େ ୬ଟାରେ ବସିବ ବୈଠକ । ୧୨ରୁ ଅଧିକ ପ୍ରସ୍ତାବ ଉପରେ ଲାଗିବ କ୍ୟାବିନେଟ ମୋହର । କୃଷି, ସ୍ବାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୨ରୁ ଅଧିକ ପ୍ରସ୍ତାବ ଆସିପାରେ । ସେପଟେ ରାଜ୍ୟ ସରକାରଙ୍କ ଫୋକସରେ ରହିଛନ୍ତି ଚାଷୀକୂଳ । କୃଷକଙ୍କୁ କିଭଳି ଅଧିକ ସଶକ୍ତ କରାଯିବ ସେନେଇ ବିଭାଗ ପକ୍ଷରୁ ହେବାକୁ ଥିବା ମିଶନକୁ ପୂରଣ କରିବାକୁ ୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିପାରେ । ଏହାସହ ରାଜ୍ୟରେ ଜଳସେଚନ ବ୍ୟବସ୍ଥାକୁ ତ୍ବରାନ୍ବିତ କରିବା ଲାଗି ଜଳସମ୍ପଦ ବିଭାଗ ପକ୍ଷରୁ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଅଣାଯିବ । ଦକ୍ଷତା ବିକାଶ ବିଭାଗର କ୍ୟାଡର ପୁନର୍ଗଠନ ସମ୍ପର୍କିତ ପ୍ରସ୍ତାବ ସହ ବିଭାଗ ଅଧିନରେ ନୂଆ ପଦ ସୃଷ୍ଟି ପ୍ରସ୍ତାବକୁ ମିଳିପାରେ କ୍ୟାବିନେଟ୍ ଅନୁମୋଦନ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା