ଆଜି ରାଷ୍ଟ୍ରପତି ନିର୍ବାଚନ । ଏଥିପାଇଁ ଓଡ଼ିଶା ବିଧାନସଭାରେ ସରିଛି ସମସ୍ତ ପ୍ରସ୍ତୁତି । ଆଜି ସକାଳ ୧୦ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ । ୧୪୭ ବିଧାୟକ ନିଜର ମତ ସାବ୍ୟସ୍ତ କରିବେ । ଏହାସହ ସାଂସଦମାନେ ଚାହିଁଲେ ବିଧାନସାଭାରେ ନିଜର ମତ ସାବ୍ୟସ୍ତ କରିପାରିବେ । ନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସରଙ୍କ ସହ ଅନ୍ୟ ଅଧିକାରୀମାନେ ନିଯୁକ୍ତ ହୋଇଛନ୍ତି । ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ପୂରା ସମର୍ଥନ କରିଛି । ଆଜି ଦଳର ସମସ୍ତ ବିଧାୟକ ଓ ସାଂସଦମାନେ ଦ୍ରୌପଦୀଙ୍କୁ ଭୋଟ ଦେବେ । ଦଳମତ ନିର୍ବିଶେଷରେ ୧୪୭ ଜଣ ବିଧାୟକଙ୍କ ଭୋଟ ଦ୍ରୌପଦୀଙ୍କ ସପକ୍ଷରେ କେମିତି ଯିବ, ସେ ନେଇ ବିଜେଡି କରୁଛି ପ୍ରୟାସ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା