ମୋଦି ସରନେମ ମାନହାନୀ ମାମଲା । ଆଜି ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ । ଗୁଜରାଟ ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ରାହୁଲ ଗାନ୍ଧୀ । ତଳକୋର୍ଟଙ୍କ ରାୟକୁ ଗୁଜରାଟ ହାଇକୋର୍ଟ କାଏମ ରଖିବା ବିରୋଧରେ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି ରାହୁଲ । ସେ ନିଜ ଆବେଦନରେ ଦର୍ଶାଇଛନ୍ତି ଯେ, ତଳ କୋର୍ଟ ତାଙ୍କ ବିରୋଧରେ ଅତ୍ୟଧିକ କଠୋର ଆଭିମୁଖ୍ୟ ରଖିଛନ୍ତି । ପୂର୍ବରୁ ରାହୁଲ ସୁରଟ ସେସନ୍ସ କୋର୍ଟ ଓ ହାଇକୋର୍ଟରୁ ନିରାଶ ହୋଇଛନ୍ତି । 2019ରେ କର୍ଣ୍ଣାଟକ କୋଲରରେ ମୋଦି ସାଙ୍ଗିଆକୁ ନେଇ ରାହୁଲଙ୍କ ବିବାଦୀୟ ବୟାନ ପରେ ଆଇପିସିର ଧାରା 499, 500 ଓ 504 ଅନୁସାରେ ମାମଲା ରୁଜୁ ହୋଇଥିଲା । ଗତ 23 ମାର୍ଚ୍ଚରେ ମାନହାନି ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ 2 ବର୍ଷ ଜେଲଦଣ୍ଡାଦେଶ ଦେଇଥିଲେ ସୁରତ ସିଜେଏମ କୋର୍ଟ ।
“The eyes believe themselves, the ears believe other people.”
More Stories
ଅତ୍ୟଧିକ ଆମ୍ବ ଖାଇଲେ ହୋଇଥାଏ ଏହି ସମସ୍ୟା
ଶ୍ରବଣ ଓ ବାକ୍ ଶକ୍ତିର ଅସୁବିଧା ପାଇଁ ଗୋଟିଏ ସମାଧାନ
ସୋନିଆ ଓ ରାହୁଲଙ୍କ ସମ୍ପତ୍ତି ଜବତ କଲା ଇଡି