ଆଜି ଶପଥ ନେବେ ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ । ଦୀପାଳିଙ୍କୁ ଶପଥପାଠ କରାଇବେ ଉପବାଚସ୍ପତି ରଜନୀକାନ୍ତ ସିଂ । ସକାଳ ୧୦ଟା ୪୫ରେ ଦୀପାଳି ଶପଥ ନେବା କାର୍ଯ୍ୟକ୍ରମ ରହିଛି । ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ ଦୀପାଳି । ଝାରସୁଗୁଡା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡ଼ା ବିକାଶକୁ ଆଗେଇ ନେବା ସହ ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ନବୀନ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ ସ୍ବପ୍ନ ସାକାର କରିବି ବୋଲି ଦୀପାଳି କହିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା