ଆସନ୍ତାକାଲି ପବିତ୍ର ଅଶୋକାଷ୍ଟମୀ । ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ । ଏହା ପୂର୍ବରୁ ଆଜି ସପ୍ତମୀ ତିଥିରେ ନେତ ଉତ୍ସବ ଅବସରରେ ରୁକୁଣା ରଥ ପ୍ରତିଷ୍ଠା କରାଯିବ । ଲିଙ୍ଗରାଜଙ୍କ ସନ୍ଧ୍ୟା ଆଳତୀ ପରେ ମରିଚି କୁଣ୍ଡରୁ ପ୍ରଥମ ଗରା ପାଣି ଆଣି ପୂଜା କରାଯିବ ସହ ରଥ ପ୍ରତିଷ୍ଠା ହେବ । ପରେ ଏହି ପାଣିକୁ ନିଲାମ କରାଯିବ । ବିଶ୍ବାସ ରହିଛି, ମରିଚି କୁଣ୍ଡର ପାଣିକୁ ସେବନ କଲେ ନିଃସନ୍ତାନ ନାରୀ ସନ୍ତାନ ଲାଭ କରିଥାନ୍ତି । ରଥ ପ୍ରତିଷ୍ଠା କାର୍ଯ୍ୟ ପାଇଁ ପୁରୀରୁ ରାଜଗୁରୁ ଆସି ରଥ ପ୍ରତିଷ୍ଠା କରିବାର ବିଧି ରହିଛି । ଚଳିତ ବର୍ଷ ବିଳମ୍ବରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲେ ମଧ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ରଥ ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଛି । ଆଜି ରଥରେ ନେତ ଲାଗି ହେବା ସହ ରଥ ପ୍ରତିଷ୍ଠା କରାଯିବ । ଆସନ୍ତାକାଲି ଅଶୋକାଷ୍ଟମୀ ତିଥିରେ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ଆରମ୍ଭ ହୋଇ ୫ ଦିନ ଧରି ଚାଲିବ । ଏଥିପାଇଁ ସମସ୍ତ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।
“The eyes believe themselves, the ears believe other people.”
More Stories
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ