ପାଖଉଛି ପୁରୁଷ ହକି ବିଶ୍ବକପ୍ । ସବୁଠୁ ଉତ୍ସାହ ଓ ଉଦ୍ଦୀପନା । ଏଥିପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଉଛି । ଏନେଇ ଆସନ୍ତାକାଲି ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଅନ୍ତର୍ଜାତୀୟ ସ୍ତରର ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏଥି ସହିତ ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡିକାଲ କଲେଜର ମଧ୍ୟ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ହକି ବିଶ୍ୱକପ ପୂର୍ବରୁ ରାଉରକେଲା ସହରରେ ମୋ ବସ ସେବାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ସୂଚନା ମୁତାବକ ଦିନ ୧୨ଟା ୧୫ରେ ରାଉରକେଲାରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରୁ ସିଧା ହକି ଷ୍ଟାଡିୟମ ଯିବେ ମୁଖ୍ୟମନ୍ତ୍ରୀ । ଷ୍ଟାଡିୟମରେ ରହୁଥିବା ଖେଳାଳିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ପରେ ଅପରାହ୍ନ ୪ ଟାରେ ଡିଏଭି ପୋଖରୀ ନିକଟରେ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ୧୧ ଶହ କୋଟି ଟଙ୍କାରୁ ଅଧିକ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ସେହିପରି ଅପରାହ୍ନ ୪ ଟା ୨୫ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ ।
More Stories
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ
ମିଥ୍ୟା ଦୁଷ୍କର୍ମ ଅଭିଯୋଗରେ ଯୁବକଙ୍କୁ ନ୍ୟାୟ, ଏବେ ଜେଲ ଯିବେ ମହିଳା
ରତନ ଟାଟଙ୍କ ପରେ କିଏ ସମ୍ଭାଳିବ ସାମ୍ରାଯ୍ୟ, ଚାଲିଛି ଖୁବ୍ ଚର୍ଚ୍ଚା