The Topmost

“The eyes believe themselves, the ears believe other people.”

ଏନଏମଏର ଅନୁମତି, ଏଥର ହେବ ଉନ୍ନତୀକରଣ କାର୍ଯ୍ୟ

ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ଏନଏମଏର ଏନଓସି । ପୂର୍ବରୁ ଏନଏମଏର ଏନଓସି ଅନୁସାରେ ନିଷିଦ୍ଧାଞ୍ଚଳରେ ମହିଳା ଓ ପୁରୁଷଙ୍କ ପାଇଁ ଶୌଚାଳୟ, କ୍ଲକ୍ ରୁମ, ମିନି କ୍ଲକ୍ ରୁମ, ସେଲଟର ପାଭିଲିଅନ, ସେବାୟତଙ୍କ ପାଇଁ ଶୌଚାଳୟ, ଇଲେକ୍ଟ୍ରିକାଲ ରୁମ ନିର୍ମାଣ କରାଯିବ । ସେହିପରି ପଶ୍ଚିମ ଦ୍ୱାର ନିକଟରେ ସେବାୟତଙ୍କ ପାଇଁ ଅତିରିକ୍ତ ଶୌଚାଳୟ ଓ କ୍ଲକ୍ ରୁମ ଆଦି ନିର୍ମାଣ ପାଇଁ ମଧ୍ୟ ଏନଏମଏ ଅନୁମତି ଦେଇଛି । ରାଜ୍ୟ ସରକାରଙ୍କ ପ୍ରସ୍ତାବ ଅନୁସାରେ ଶହେ ମିଟର ବାହାରେ ରିସେପ୍ସନ ସେଣ୍ଟର ନିର୍ମାଣ କରିବା ପାଇଁ ଏନଏମଏ ଏନଓସିରେ ଉଲ୍ଲେଖ କରିଛି । ରିସେପ୍ସନ ସେଣ୍ଟର ଦୁଇ ମହଲା ବିଶିଷ୍ଟ ଓ ଏହାର ଉଚ୍ଚତା ୭.୫ମିଟର ମଧ୍ୟରେ ରହିବ । ସେହିପରି ମନ୍ଦିର କାର୍ଯ୍ୟାଳୟର ନିର୍ମାଣ ନେଇ ମଧ୍ୟ NOC ପ୍ରଦାନ କରାଯାଇଛି । ଏହାର ଉଚ୍ଚତା ମଧ୍ୟ ୭.୫ ମିଟର ମଧ୍ୟରେ ରଖାଯିବାକୁ ଲେଖାଯାଇଛି । ଏଥିସହ ବଡ଼ ଛତା ମଠ ଓ ଛାଉଣୀ ମଠର ଉନ୍ନତିକରଣ କାର୍ଯ୍ୟ କରାଯିବ ।