ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ଚଳିତ ମାସରେ ଓଡ଼ିଶା ଗସ୍ତରେ ଆସିବେ ମମତା ବାନାର୍ଜୀ । ଏନେଇ କିଛି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ସୂଚନା ଅନୁଯାୟୀ, ମମତା ମାର୍ଚ୍ଚ ୨୧ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ । ସେହି ଦିନ ରାତିରେ ସେ ଭୁବନେଶ୍ୱରରେ ରହିବେ । ତା’ପର ଦିନ ସେ ପୁରୀ ଯିବେ । ପୁରୀରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ । ସେହି ଦିନ ତାଙ୍କର ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଛି । ତେବେ ମାର୍ଚ୍ଚ ୨୩ ତାରିଖରେ କୋଲକାତା ଫେରିଯିବା ପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ବୋଲି କହିଛନ୍ତି ଟିଏମସି ସାଂସଦ ସୁଦୀପ ବନ୍ଦ୍ୟୋପାଧ୍ୟାୟ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ