ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଦିନ ୧୦ଟା ସମୟରେ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଚକ୍ରଧାରୀ ଶରଣ ସିଂ । ଏହି ଶପଥଗ୍ରହଣ ଉତ୍ସବରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ । ଏବେ ଜଷ୍ଟିସ ବିଦ୍ୟୁତ୍ ରଞ୍ଜନ ଷଡଙ୍ଗୀ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବରେ ରହିଥିଲେ ।
More Stories
ମାସକରେ ଦୁଇଥର ବଢିଲା ସରକାରୀ କର୍ମଚାରୀ ମହଙ୍ଗା ଭତ୍ତା
ବାତ୍ୟା ଦାନା ପାଇଁ 14 ଜିଲ୍ଲାରେ ସ୍କୁଲ୍ ବନ୍ଦ
ମହିଳାଙ୍କୁ ଦେଖି ଉଲଗ୍ନ ହେଉଛି ଯୁବକ, ସିସିଟିଭିରେ କଏଦ୍ ଅସଭ୍ୟ କାଣ୍ଡ