ଆଜି କର୍ଣ୍ଣାଟକ ବିଧାନସଭା ନିର୍ବାଚନ । ୨୨୪ ଆସନ ବିଶିଷ୍ଟ କର୍ଣ୍ଣାଟକ ବିଧାନସଭା ପାଇଁ ସକାଳ ୭ଟାରୁ ଚାଲିଛି ଭୋଟ୍ ଗ୍ରହଣ । ଏହି ମତଦାନ ପ୍ରକ୍ରିୟା ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ନିର୍ବାଚନ ମଇଦାନରେ ମୋଟ୍ ୨୬୧୫ ଜଣ ପ୍ରାର୍ଥୀ ରହିଛନ୍ତି । ବିଜେପି ସମସ୍ତ ୨୨୪ ଆସନରେ ପ୍ରାର୍ଥୀ ଦେଇଛି । କଂଗ୍ରେସ ୨୨୩ ଆସନରେ ନିର୍ବାଚନ ଲଢୁଥିବା ବେଳେ ଜେଡିଏସ୍ ୨୦୯ ଆସନରେ ନିର୍ବାଚନ ଲଢୁଛି । ସେହିପରି ଆମ୍ ଆଦମୀ ପାର୍ଟି ୨୦୯ ଆସନରେ ପ୍ରାର୍ଥୀ ଦେଇଛି । ରାଜ୍ୟରେ ୫ କୋଟି ୩୧ ଲକ୍ଷରୁ ଅଧିକ ଭୋଟର ରହିଛନ୍ତି । ସାରା ରାଜ୍ୟରେ ୫୮ ହଜାର ୫୪୫ ମତଦାନ କେନ୍ଦ୍ରର ବ୍ୟବସ୍ଥା ହୋଇଛି । ଚଳିତ ନିର୍ବାଚନରେ ୯ ଲକ୍ଷ ୧୭ ହଜାରରୁ ଅଧିକ ଭୋଟର ପ୍ରଥମ ଥର ପାଇଁ ମତସାବ୍ୟସ୍ତ କରିବା ପାଇଁ ଯାଉଛନ୍ତି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍