ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବି । ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପରେ ଗୃହରେ ଆଜି ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଣିଥିବା ବେଳେ ଏହାକୁ ବିରୋଧୀ ସମର୍ଥନ ଜଣାଇଥିଲେ । ଉଭୟ କୋଶଳୀ ଓ ଓଡ଼ିଆ ଭାଷାରେ ବିବୃତି ରଖି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଶୋକପ୍ରସ୍ତାବକୁ ବିରୋଧୀ ଦଳ ସମର୍ଥନ ଜଣାଇବା ଦିବଙ୍ଗତ ନେତାଙ୍କ ପାଇଁ ଗୃହରେ ଏକ ମିନିଟ ନୀରବ ପ୍ରାର୍ଥନା କରିଥିଲେ ଗୃହର ସମସ୍ତ ସଦସ୍ୟ । ଆସନ୍ତା ଡିସେମ୍ବର ୩୦ ଯାଏଁ ଚାଲିବ ବିଧାନସଭାର ଶୀତ ଅଧିବେଶନ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା