ଗରମ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ମିଳିଛି ତ୍ରାହି । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ କମିଛି ତାପମାତ୍ରା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦୈନିକ ତାପମାତ୍ରା ୪ରୁ ୫ ଡିଗ୍ରୀ ହ୍ରାସ ପାଇବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ଆଶଙ୍କା ରହିଛି । ଆଜି ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ । ୨୩ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ । ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍