ରାହୁଲ ଗାନ୍ଧୀଙ୍କୁ ଜେଲଦଣ୍ଡ ମାମଲା । ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ । ଗୁଜରାଟ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ନ୍ୟାୟଳୟରେ ପିଟିସନ ଦାଏର କରିଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଆଜି ମାମଲାର ଶୁଣାଣି କରି ଗୁଜରାଟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ୧୦ ଦିନ ମଧ୍ୟରେ ଉତ୍ତର ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମୋଦି ସରନେମ ମାମଲାରେ ରାହୁଲଙ୍କ ବିରୋଧରେ ଅଭିଯୋଗ ଦାଏର କରିଥିବା ବିଜେପି ନେତା ପୂର୍ଣ୍ଣେଶ ମୋଦିଙ୍କୁ କୋର୍ଟ ନୋଟିସ କରିଛନ୍ତି । 2019ରେ କର୍ଣ୍ଣାଟକ କୋଲରରେ ମୋଦି ସାଙ୍ଗିଆକୁ ନେଇ ରାହୁଲଙ୍କ ବୟାନ ପରେ ଆଇପିସିର ଧାରା 499, 500 ଓ 504 ଅନୁସାରେ ମାମଲା ରୁଜୁ ହୋଇଥିଲା । ଗତ ମାର୍ଚ୍ଚ 23ତାରିଖରେ ମାନହାନି ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ 2 ବର୍ଷ ଜେଲଦଣ୍ଡାଦେଶ ଦେଇଥିଲେ ସୁରତ ସିଜେଏମ କୋର୍ଟ । ଗୁଜରାଟ ହାଇକୋର୍ଟ ମଧ୍ୟ ତଳକୋର୍ଟଙ୍କ ରାୟ କାଏମ ରଖିଥିଲେ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍