ହାଲୁକା ଶୀତ ସହ କୁହୁଡି କରିବ କଲବଲ । ଉପାନ୍ତରୁ ଉପକୂଳ ସବୁଠି ଘନ କୁହୁଡିର ଆସ୍ତରଣ ଅନୁଭୁତ ହେବ। ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କଟକ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡାର ଅଧିକାଂଶ ସ୍ଥାନରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।ପାଣିପାଗ କେନ୍ଦ୍ରର ସତର୍କତା ପରେ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି। ବିଶେଷ କରି ପରିବହନ ବିଭାଗ ଏବଂ ପୋଲିସକୁ ଗାଡି ଚଳାଚଳ ନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଘନ କୁହୁଡି ସମୟରେ ୫୦ ମିଟରରୁ କମ୍ ଦୃଶ୍ୟମାନ ଦୂରତା ରହୁଥିବାରୁ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ତେଣୁ ବିଭିନ୍ନ ଦୁର୍ଘଟଣା ଜୋନ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା