ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ । ବର୍ଷେ ଯାଏଁ ନିର୍ବାଚନ ମଣ୍ଡଳୀକୁ ଯାଇ ପାରିବେ ନାହିଁ ପ୍ରଶାନ୍ତ ଜଗଦେବ । ଯଦି ଯିବେ ତେବେ ଜିଲ୍ଲାପାଳଙ୍କ ଅନୁମତି ନେବାକୁ ପଡିବ । ୫ ଜଣଙ୍କଠାରୁ ଅଧିକ ଲୋକଙ୍କୁ ନେଇ କୌଣସି ସମାବେଶ କରିପାରିବେ ନାହିଁ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଆଇନଜୀବୀ ମାନସ ଚାନ୍ଦ । ସୂଚନା ଅନୁସାରେ ମାର୍ଚ୍ଚ ୨୨ରେ ଗିରଫ ହୋଇଥିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ମାର୍ଚ୍ଚ ୧୨ ତାରିଖ ଦିନ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବା ବେଳେ ବାଣପୁର ବ୍ଲକ ଅଫିସ୍ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ପ୍ରଶାନ୍ତ ଜଗଦ୍ଦେବ । ଯାହାପରେ ସାଧାରଣ ଜନତାଙ୍କ ସମେତ କିଛି ପୋଲିସ୍ କର୍ମଚାରୀ ଗୁରୁତର ଆହତ ହୋଇଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା