ଜଳ ପରିଚାଳନାରେ ଦ୍ବିତୀୟ ଶ୍ରେଷ୍ଠ ରାଜ୍ୟ ଓଡ଼ିଶା । ଜଳ ସମ୍ପଦ ସଂରକ୍ଷଣ ଓ ପରିଚାଳନାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶାକୁ ଦ୍ବିତୀୟ ଶ୍ରେଷ୍ଠ ରାଜ୍ୟ ଭାବେ ଚତୁର୍ଥ ଜାତୀୟ ଜଳ ପୁରସ୍କାର-୨୦୨୨ ପ୍ରଦାନ କରାଯାଇଛି । ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ଏହାସହ ଦକ୍ଷ ଜଳସମ୍ପଦ ପରିଚାଳନା କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ଦେଶର ଶ୍ରେଷ୍ଠ ଜିଲ୍ଲା ଭାବେ ବିବେଚିତ ହୋଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ । ଜାତୀୟ ଜଳ ପୁରସ୍କାର ପାଇଥିବାରୁ ଗଞ୍ଜାମ ଜିଲ୍ଲା ପ୍ରଶାସନକୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଏକ ଉଲ୍ଲେଖନୀୟ ସଫଳତା, ଗଞ୍ଜାମ ଜିଲ୍ଲାର ଏହି ସଫଳତା ସବୁ ଜିଲ୍ଲା ପ୍ରଶାସନକୁ ଜଳ ସମ୍ବଳ ପରିଚାଳନା ଓ ସଂରକ୍ଷଣରେ ଉତ୍କର୍ଷତା ପାଇଁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା