ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ଜଷ୍ଟିସ୍ ତାଳପତ୍ରଙ୍କ ନାଁରେ ମୋହର ମାରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ମାସରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍ ମୁରଲୀଧର ଅବସର ନେବେ । ଏହା ପରେ ଦାୟିତ୍ବ ତୁଲାଇବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ସେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ୨୦୧୧ ନଭେମ୍ବର ୧୫ରେ ଗୌହାଟୀ ହାଇକୋର୍ଟ ବିଚାରପତି ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ୨୦୧୩ରେ ତ୍ରିପୁରାରେ ସ୍ୱତନ୍ତ୍ର ହାଇକୋର୍ଟ ପ୍ରତିଷ୍ଠା ପରେ ତାଙ୍କୁ ବଦଳି କରାଯାଇଥିଲା । ୨୦୨୨ ଜୁନ୍ ୧୦ରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଥିଲେ । ସେବେଠାରୁ ଓଡ଼ିଶା ହାଇକୋର୍ଟର ବିଚାରପତି ଅଛନ୍ତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା