The Topmost

“The eyes believe themselves, the ears believe other people.”

ଜୁନ ୨୦ ଯାଏଁ ବନ୍ଦ ରହିବ ହାଇକୋର୍ଟ

ଆଜିଠୁ ବନ୍ଦ ରହିବ ହାଇକୋର୍ଟ । ଆଜିଠୁ ଜୁନ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି । ତେବେ ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କାର୍ଯ୍ୟ କରିବେ । ଛୁଟି ଦିନରେ ଅବକାଶକାଳୀନ ଖଣ୍ଡପୀଠ କାଲି ସମେତ ୨୫,୩୦ ଓ ଜୁନ୍ ୧,୬,୮,୧୨ ଓ ୧୩ତାରିଖରେ ଜରୁରୀମାମଲାର ଶୁଣାଣି କରିବେ । କାଲି ଓ ୨୫ତାରିଖରେ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ ସାହୁଙ୍କ ଦୁଇଜଣିଆ ଖଣ୍ଡପୀଠ ସମେତ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଜଣକିଆ ଖଣ୍ଡପୀଠରେ ଜରୁରୀ ମାମଲାର ଶୁଣାଣି ହୋଇପାରିବ । ସେହିପରି ମେ’ ୩୦ତାରିଖରେ ଦୁଇଜଣିଆ ଖଣ୍ଡପୀଠ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ୍ ସାହୁ ଏବଂ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ । ସେହିପରି ଜୁନ୍ ୧ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ବିପି ରାଉତରାୟ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ଜୁନ୍ ୬ ଓ ୮ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ, ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ଜୁନ୍ ୧୨ ଓ ୧୩ରେ ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ଏସକେ ମିଶ୍ରଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ  ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି  ।