ଜେଲ ଗଲେ ମନିଷ ସିସୋଦିଆ । ୭ଦିନ ରିମାଣ୍ଡ ପରେ ଜେଲ ଗଲେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ । ୨୦ ମାର୍ଚ୍ଚ ଯାଏଁ ସିସୋଦିଆଙ୍କୁ ନ୍ୟାୟିକ ହେପାଜତକୁ ପଠାଇଲେ ରାଉଜ ଆବେନ୍ୟୁ କୋର୍ଟ । ଏବେ ତିହାଡ଼ ଜେଲରେ ରହିବେ ସିସୋଦିଆ । ଅନ୍ୟପଟେ ଆସନ୍ତା ୧୦ ତାରିଖରେ ସିସୋଦିଆଙ୍କ ଜାମିନ ଆବେଦନର ଶୁଣାଣି କରିବେ ହାଇକୋର୍ଟ । ସୂଚନା ଅନୁସାରେ, ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗତ ୨୬ ତାରିଖରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ଗିରଫ କରିଥିଲା । ଦିଲ୍ଲୀ ଅବକାରୀ ନୀତିରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ କ୍ରମେ ଉପରାଜ୍ୟପାଳ ଭିକେ ସକ୍ସେନା ଏହାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ସିବିଆଇ ବ୍ୟତୀତ ଇଡି ମଧ୍ୟ ଘଟଣାର ତଦନ୍ତ କରୁଛି ।
More Stories
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ
ମିଥ୍ୟା ଦୁଷ୍କର୍ମ ଅଭିଯୋଗରେ ଯୁବକଙ୍କୁ ନ୍ୟାୟ, ଏବେ ଜେଲ ଯିବେ ମହିଳା
ରତନ ଟାଟଙ୍କ ପରେ କିଏ ସମ୍ଭାଳିବ ସାମ୍ରାଯ୍ୟ, ଚାଲିଛି ଖୁବ୍ ଚର୍ଚ୍ଚା