ଆଜିଠୁ ବିଧାନସଭା ବଜେଟ ଅଧିବେଶନ । ଏନେଇ ଗତକାଲି ସରିଛି ସର୍ବଦଳୀୟ ବୈଠକ । ଗୃହକୁ ସୁଚାରୁ ରୂପେ ଚଳାଇବାକୁ ସବୁ ଦଳର ନେତାଙ୍କ ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି । ତେବେ ସର୍ବଦଳୀୟ ବୈଠକରେ ୧୫ଟି ପ୍ରସଙ୍ଗରେ ଆଲୋଚନା ହୋଇଛି । କୌଣସି ବିଧାୟକ ଚାହିଁଲେ ଭିଡିଓ କନଫରେନସିଂରେ ବିଧାନସଭା ସହ ଯୋଡ଼ି ହୋଇପାରିବେ । ଦର୍ଶକ ଗ୍ୟାଲେରୀରେ ବସିବାକୁ ସାଧାରଣ ଲୋକଙ୍କୁ ଅନୁମତି ମିଳିଛି । ଦୁଇ ପର୍ଯ୍ୟାୟରେ ବଜେଟ ଅଧିବେଶନ ଚାଲିବା ନେଇ ସୂଚନା ଦିଆଯାଇଛି । ବିଧାନସଭାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଆଜିଠୁ ମାର୍ଚ୍ଚ ୧ ତାରିଖ ଓ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ସକାଳ ୧୦ଟା୩୦ ରେ ବିଧାନସଭା ୫୪ ନମ୍ବର କକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ବସିବ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ