ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ୨୩ରେ ନେବ ଅବପାତର ରୂପ । ଦୁଇ ଦିନ ପରେ ରାଜ୍ୟରେ ବଦଳିବ ପାଗ । ଉପକୂଳ ଓଡ଼ିଶାରେ ବଡ ବର୍ଷା ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତିରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଏଣୁ ଆଜିଠୁ ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଇଛି । ସିଷ୍ଟମ ଉପରେ ପାଣିପାଗ ବିଭାଗ ସ୍ବତନ୍ତ୍ର ନଜର ରଖିଛି । ୨୩ ତାରିଖ ମଧ୍ୟରେ ଏହା ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ପୂର୍ବାନୁମାନ କରାଯାଇଛି । ୨୪ ତାରିଖରେ କଟକ ଏବଂ ଭୁବନେଶ୍ବର ସାଙ୍ଗକୁ ଉପକୂଳ ଓଡ଼ିଶାର ସବୁ ଜିଲ୍ଲାରେ ବର୍ଷା ହେବ । ୨୫ରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ।
“The eyes believe themselves, the ears believe other people.”
More Stories
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ