ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । 3 ଜଣ ଚାକିରିରୁ ବରଖାସ୍ତ ହୋଇଥିବାବେଳେ ୬ ଜଣଙ୍କ ପେନ୍ସନ ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ଏପର୍ଯ୍ୟନ୍ତ ୧୯୭ ଅଧିକାରୀଙ୍କ ଉପରେ ହୋଇଛି କାର୍ଯ୍ୟାନୁଷ୍ଠାନ । ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। ଏକ୍ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିର ଇଂଜିନିୟରଙ୍କ ଉପରେ କାର୍ୟ୍ୟାନୁଷ୍ଠାନ । ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍ସନ ବନ୍ଦ କରାଯାଇଛି ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା