The Topmost

“The eyes believe themselves, the ears believe other people.”

ଦ୍ବାପର ଯୁଗକୁ ଫେରିଯିବ ବରଗଡ଼

ଆଜିଠୁ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବ ବିଶ୍ବର ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ । ରଙ୍ଗୀନ ଆଲୋକର ସାଜସଜ୍ଜାରେ ଝଲସୁଛି ବରଗଡ଼ ଓ ଅମ୍ବାପାଲି । ନାଟକ ପାଇଁ ସହରର ବିଭିନ୍ନ ଅଞ୍ଚଳ ପାଲଟିଯିବ ଦ୍ବାପର ଯୁଗର ଭୂଇଁ । ବରଗଡ଼ ପାଲଟିବ ମଥୁରା ନଗରୀ, ଅମ୍ବାପାଲି ହେବ ଗୋପପୁର । ବରଗଡ଼-ଅମ୍ବାପାଲି ମଧ୍ୟ ଦେଇ ପ୍ରବାହିତ ଜୀରାନଦୀ ପାଲିଟିବ ଯମୁନା ନଦୀ । ମଥୁରା ନଗରୀରେ ଚାଲିବ ମହାରାଜ କଂସଙ୍କ ରାଜୁତି । କଂସଙ୍କ ନିର୍ଦ୍ଦେଶରେ ଶାସିତ ହେବ ମଥୁରା । କୃଷ୍ଣ ବଳରାମ ଓ ଗୋପୀ ଗୋପାଳଙ୍କ ବାଲ୍ୟଲୀଳାରେ ଉତ୍ସବମୁଖର ହୋଇ ଉଠିବ ଗୋପପୁର ।