ଆଜିଠୁ ଆରମ୍ଭ ହେଉଛି ଅଭିଯୁକ୍ତ ଗୋପାଳ କୃଷ୍ଣ ଦାସର ତୃତୀୟ ପର୍ଯ୍ୟାୟ ରିମାଣ୍ଡ । ଏହି ଅବଧିରେ ଅଭିଯୁକ୍ତର ହେବ ପଲିଗ୍ରାଫ ଓ ନାର୍କୋ ଟେଷ୍ଟ । ନାର୍କୋ ଟେଷ୍ଟ ପାଇଁ ଗତକାଲିଠୁ ଗୋପାଳକୁ ଗୁଜରାଟ ଗାନ୍ଧୀନଗରକୁ ନିଆଯାଇଛି । କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ଏକ ଆଠ ଜଣିଆ ଟିମ୍ ଗୋପାଳକୁ ନେଇ ନାର୍କୋ ଟେଷ୍ଟ ପାଇଁ ଯାଇଛି । ଜେରାବେଳେ ଅନେକ ଗୁମର ଖୋଲିଛି ଅଭିଯୁକ୍ତ । ମାତ୍ର ସେସବୁ କେତେ ଠିକ୍ ? କ୍ରାଇମବ୍ରାଞ୍ଚ ଆଗରେ ଗୋପାଳ ଦେଇଥିବା ବୟାନ ସତ ନା ମିଛ ? ତଦନ୍ତକୁ ବିଭ୍ରାନ୍ତ କରିବାକୁ ଉଦ୍ୟମ କରୁନଥିଲା ତ ବହିସ୍କୃତ ଏଏସଆଇ ? ଏହାର ସତ୍ୟାସତ୍ୟ ପରଖିବାକୁ ନାର୍କୋଟେଷ୍ଟ କରାଯାଉଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍