ପର୍ଯ୍ୟଟକଙ୍କ ସହ ପ୍ରକୃତି ପ୍ରେମୀଙ୍କ ପାଇଁ ଖୁସିଖବର । 1 ନଭେମ୍ବର ବା ଆସନ୍ତାକାଲିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ । ବିଭିନ୍ନ ରଙ୍ଗବେରଙ୍ଗରେ ଶିମିଳିପାଳର ଇକୋ କଟେଜ ଗୁଡିକ ସଜେଇ ହେଉଥିବା ବେଳେ ଘଞ୍ଚ ଜଙ୍ଗଲ,ଉଚ୍ଚ ପର୍ବତ ଆଉ ପର୍ବତ ଶିଖରରୁ ବୋହିଯାଉଥିବା ବରେହିପାଣି,ଜୋରନ୍ଦା ଓ ଉସ୍କି ଭଳି ଜଳପ୍ରପାତ ସହିତ ବିଭିନ୍ନ ପ୍ରକାର ବନ୍ୟଜନ୍ତୁକୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ । ଯଶିପୁର ପଟୁ କାଲିକାପ୍ରସାଦ ଗେଟ ଦେଇ ପ୍ରତ୍ୟେକ ଦିନ ୩୫ଟି ଏବଂ ବାରିପଦାର ପିଠାବଟା ଗେଟ ଦେଇ୨୫ଟି ପର୍ଯ୍ୟଟକଙ୍କ ଗାଡିକୁ ସକାଳ ୬ ଘଟିକା ଠାରୁ ୯ ଘଟିକା ପର୍ଯ୍ୟନ୍ତ ପ୍ରବେଶ ପାଇଁ ଅନୁମତି ପତ୍ର ମିଳିପାରିବ । ତେବେ ଚଳିତ ବର୍ଷ ପର୍ଯ୍ୟଟକ ମାନଙ୍କୁ ଶିମିଳିପାଳ ଭିତରେ ପଲିଥିନର ବ୍ୟବହାର ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା