ଆଜି କ୍ରୀଡା ଦିବସ । ଏହି ଅବସରରେ ବିଜୁ କ୍ରୀଡା ସମ୍ମାନ ପ୍ରଦାନ କରୁଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବତନ କ୍ରିକେଟର ଦେବାଶିଷ ମହାନ୍ତିଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡରେ ସମ୍ମାନିତ କରାଯାଇଛି । ସେହିପରି କ୍ରୀଡାରେ ଉତ୍ତମ ପ୍ରଦର୍ଶନ ପାଇଁ ଝିଲ୍ଲୀ ଦଳବେହେରା ଓ ଶ୍ରେଷ୍ଠ କୋଚିଂ ପାଇଁ ବିଷ୍ଣୁ ପ୍ରସାଦ ମିଶ୍ରଙ୍କୁ ପୁରସ୍କାର ମିଳିବ । କ୍ରୀଡା ସାମ୍ବାଦିକତା ପାଇଁ ବେଣୁଧର ଦାସଙ୍କୁ ପୁରସ୍କାର ଦିଆଯିବାକୁ ଥିବାବେଳେ କ୍ରୀଡାକୁ ପ୍ରୋତ୍ସାହନ ପାଇଁ ରାଉରକେଲା ଷ୍ଟିଲ ପ୍ଲାଣ୍ଟକୁ ପୁରସ୍କାର ଦିଆଯିବ । ତେବେ ପାଞ୍ଚ ବର୍ଷ ପରେ ଜଣେ କ୍ରୀଡ଼ା ସାମ୍ବାଦିକ ଏହି ସମ୍ମାନଜନକ ପୁରସ୍କାର ପାଇବେ । ୨୦୧୭ ରୁ ୨୦୨୧ ପର୍ଯ୍ୟନ୍ତ କୌଣସି କ୍ରୀଡ଼ା ସାମ୍ବାଦିକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇ ନଥିଲା । ଏହାପୂର୍ବରୁ ୧୯ ଜଣ କ୍ରୀଡ଼ା ସାମ୍ବାଦିକ ଏହି ସମ୍ମାନଜନକ ପୁରସ୍କାର ପାଇସାରିଛନ୍ତି ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା