ଆଜି ଠାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଗୁଡ଼ିକରେ ପାଳନ ହେବ “ପ୍ରବେଶ ଉତ୍ସବ’ । ଅଧାରୁ ପାଠ ଛାଡ଼ିଥିବା ଓ ନାମ ଲେଖାଇନଥିବା ପିଲାଙ୍କୁ ସ୍କୁଲ ଆସିବାକୁ ଉତ୍ସାହିତ କରିବା ଏହାର ଉଦ୍ଦେଶ୍ୟ । ପ୍ରାଥମିକ ଶିକ୍ଷାର ଗୁରୁତ୍ୱ ଓ ଆବଶ୍ୟକତା ବିଷୟରେ ସଚେତନତା ସୃଷ୍ଟି କରାଯିବ । ଏପ୍ରିଲ ୫ରେ ବିଦ୍ୟାଳୟର ପ୍ରଧାନଶିକ୍ଷକ, ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଷ୍ଟାଣ୍ଡିଂ କମିଟିର ସଦସ୍ୟ, ବିଦ୍ୟାଳୟ ପରିଚାଳନା ସମିତିର ସଭ୍ୟ ଓ ସଭ୍ୟା, ପିତାମାତା ସଂଘ, ମାତୃମଞ୍ଚ, ସ୍ଥାନୀୟ ସ୍ୱେଚ୍ଛାସେବୀ ସଙ୍ଗଠନ, ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ବେସରକାରୀ ଅନୁଷ୍ଠାନ, ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟା, ଅଙ୍ଗନୱାଡ଼ି କର୍ମୀ, ସ୍ୱାସ୍ଥ୍ୟ କର୍ମୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରତିନିଧି, ଶିକ୍ଷାବିତ୍ ଏବଂ ପିଲାଙ୍କୁ ନେଇ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହେବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା