ସୁପ୍ରିମକୋର୍ଟର ୫୦ତମ ପ୍ରଧାନବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ରାଷ୍ଟ୍ରପତି ଭବନରେ ଏହି ଶପଥଗ୍ରହଣ ଉତ୍ସବ ପାଳନ ହୋଇଥିଲା । ଦେଶର ନ୍ୟାୟିକ ଇତିହାସରେ ପ୍ରଥମ ଥର ପାଇଁ ଜଣେ ବାପାଙ୍କ ପରେ ପୁଅ ପ୍ରଧାନ ବିଚାରପତି ହୋଇଛନ୍ତି । ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ଙ୍କ ବାପା ହେଉଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ୱାଇ ଭି ଚନ୍ଦ୍ରଚୂଡ଼ । ସେ ୧୯୭୮ରେ ଦେଶର ୧୬ତମ ପ୍ରଧାନ ବିଚାରପତି ହୋଇଥିଲେ ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ