ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଚଳିତ ମୌସୁମୀ ଋତୁର ପ୍ରଥମ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଅଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାଦ୍ବାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଉତ୍ତର ଓଡ଼ିଶାର ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଜି ସକାଳ ୮ଟା ଯାଏ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେ଼ଙ୍କାନାଳ, କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି । ଏହି ସମୟରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହେବା ଆକଳନ କରିଛି ପାଣିପାଗ କେନ୍ଦ୍ର ।
“The eyes believe themselves, the ears believe other people.”
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍